Site icon ଦ କୁଇଭର୍ – ପରିବର୍ତ୍ତନର କମ୍ପନ!

ଘର ମରାମତି ପାଇଁ ସରକାର ଦେବେ ୩ ହଜାର ଟଙ୍କା

ଭୁବନେଶ୍ୱର (ଦ କୁଇଭର): ଘର ମରାମତି କରିବାକୁ ରାଜ୍ୟ ସରକାର ଦେବେ ଟଙ୍କା । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ପକ୍କା ଘର ପାଇଥିବା ହିତାଧିକାରୀଙ୍କୁ ମରାମତି ଖର୍ଚ୍ଚ ବାବଦକୁ ୩ ହଜାର ଟଙ୍କା ମିଳିବ । ନିର୍ମାଣ ଶ୍ରମିକ ପକ୍କା ଘର ହିତାଧିକାରୀମାନେ ମଧ୍ୟ ଏଥିରୁ ଉପକୃତ ହେବେ ।

ସେହିପରି କେନ୍ଦ୍ର ଯୋଜନାରେ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ହୋଇ ଅସୁବିଧାରେ ଥିବା ପରିବାରକୁ ଘର ମରାମତି ପାଇଁ ମୋ ସରକାର ୫୦୦୦ ଟଙ୍କା ଲେଖାଏ ସହାୟତା ଦେବାକୁ ନିଷ୍ପତ୍ତି ନେଇଛି । ଏହି ଉଭୟ ସହାୟତା ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ। ଏଥିରେ ୩୦ ଲକ୍ଷ ପରିବାର ଉପକାର ପାଇବେ । ଏଥିପାଇଁ ୧୪୪୪ କୋଟି ଟଙ୍କା ଖର୍ଚ୍ଚ ହେବ । ବିଜୁ ପକ୍କା ଘର ଯୋଜନାରୁ ଏ ଖର୍ଚ୍ଚ ବହନ କରାଯିବ ।

Exit mobile version