Site icon ଦ କୁଇଭର୍ – ପରିବର୍ତ୍ତନର କମ୍ପନ!

ରାଜ୍ୟରେ ପୂରଣ ହେବ ୧୧, ୪୦୩ ଶିକ୍ଷକ ପଦବୀ

(ଦ କୁଇଭର): ରାଜ୍ୟରେ ଶିକ୍ଷକ ନିଯୁକ୍ତି କ୍ଷେତ୍ରରେ ଆଉ ଏକ ରେକର୍ଡ଼ । ନିଯୁକ୍ତି ପାଇବେ ଆଉ ୧୧ହଜାର ୪୦୩ ଶିକ୍ଷକ । ଏଥିପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଏପ୍ରିଲ ୨୨ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷ ହେବ । ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି ।

ଅନ୍ୟପଟେ ନିକଟରେ ଗୋଟିଏ ଦିନରେ ୬ହଜାର ୧୩୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା । ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪ହଜାର ୫୧୯ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡ଼ା ଶିକ୍ଷକ ପଦବୀ ପୂରଣ ନିମନ୍ତେ ଅଗଷ୍ଟ ୧୩ରେ ଓ ଦ୍ୱିତୀୟ ପର୍ଯ୍ୟାୟରେ ୬ହଜାର ୭୨୦ଜଣ ଟିଜିଟି କଳା ଶିକ୍ଷକ ଓ ତେଲଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ତାରିଖରେ ବିଜ୍ଞାପନ ପ୍ରକାଶ ପାଇଥିଲା ।

ଶିକ୍ଷକତା ପାଇଁ ଆବଶ୍ୟକ ସଂଖ୍ୟକ ପ୍ରାର୍ଥୀ ମିଳୁ ନ ଥିବାରୁ ଯେପରି ଅଧିକ ସଂଖ୍ୟକ ପ୍ରାର୍ଥୀ ଅଂଶଗ୍ରହଣ କରିପାରିବେ ତାକୁ ଦୃଷ୍ଟିରେ ରଖି ପରୀକ୍ଷା ଓ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯାଇଛି। ଏହାସହିତ ବର୍ଦ୍ଧିତ ଛାତ୍ରଛାତ୍ରୀ ସଂଖ୍ୟା ଦୃଷ୍ଟିରୁ ଅଧିକ ୩୪୬୨ଟି ଶିକ୍ଷକ ପଦବୀ ମଧ୍ୟ ମଂଜୁର କରାଯାଇଛି। ବର୍ତ୍ତମାନ ଖାଲି ପଦବୀ ତଥା ନୂତନ ମଂଜୁରୀପ୍ରାପ୍ତ ପଦବୀକୁ ମିଶାଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ଅପ୍ରେଲ ୨୦୨୨ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷ କରି ବିଦ୍ୟାଳୟ ମାନଙ୍କରେ ନୂତନ ଶିକ୍ଷକ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି।

Exit mobile version