ଆଇଏସଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

(ଦ କୁଇଭର): ଆଇଏଏସ୍ ସ୍ତରରେ ବଡ ଧରଣର ଅଦଳ ବଦଳ । ୧୯୮୭ ବ୍ୟାଚ୍ ଆଇଏଏସ୍ ରାଜ କିଶୋର ଶର୍ମାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ । ୧୯୯୦ ବ୍ୟାଚ୍ ଆଇଏଏସ୍ ଅଫିସର ସଞ୍ଜୀବ ଚୋପ୍ରା ହେଲେ କୃଷି ଉତ୍ପାଦନ କମିଶନର । ଏହାସହ ତାଙ୍କୁ କୃଷି ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ମିିଳିଛି । ୧୯୯୧ ବ୍ୟାଚ୍ ଆଇଏଏସ୍ ମଧୁସୂଦନ ପାଢୀଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଦାୟିତ୍ୱ । ୧୯୯୧ ବ୍ୟାଚ୍ ଆଇଏଏସ୍ ସତ୍ୟବ୍ରତ ସାହୁ ହେଲେ ରାଜସ୍ୱ ଓ ବିପର‌୍ୟ୍ୟୟ ପ୍ରଶମନ ବିଭାଗର ପ୍ରମୁଖ ସଚିବ । ୧୯୯୪ ବ୍ୟାଚ୍ ଆଇଏଏସ୍ ରଞ୍ଜନା ଚୋପ୍ରାଙ୍କୁ ଏମଏସଏମଇ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି । ୧୯୯୫ ବ୍ୟାଚ୍ ଆଇଏଏସ୍ ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଭାବେ ଇଡ୍‍କୋ ଅଧ୍ୟକ୍ଷ ଦାୟିତ୍ୱ ମିଳିଛି ।

ସେହିପରି ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀ ହେଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ । ତାଙ୍କୁ ଅତିରିକ୍ତ ଭାବେ ବାଣିଜ୍ୟ ଓ ପରିବହନ ବିଭାଗ ଦାୟିତ୍ୱ ମିଳିଛି । ସେହିପରିଭାବେ ୧୯୯୮ ବ୍ୟାଚ୍ ଆଇଏଏସ୍ ସୁରେଶ କୁମାର ବଶିଷ୍ଟଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ଓଏସ୍‍ଡି ଭାବେ ନିଯୁକ୍ତି ମିଳିଛି । ଅନ୍ୟପଟେ ୧୯୯୯ ବ୍ୟାଚ୍ ଆଇଏଏସ୍ ଭାଷ୍କର ଜ୍ୟୋତି ଶର୍ମାଙ୍କୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱ । ୨୦୦୮ ବ୍ୟାଚ୍ ଆଇଏଏସ୍ ଭୂପିନ୍ଦର ସିଂହ ପୁନିଆଙ୍କୁ ଅତିରିକ୍ତ ଭାବେ ଇଡ୍‍କୋ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି ।

Leave a Reply

Your email address will not be published. Required fields are marked *