Site icon ଦ କୁଇଭର୍ – ପରିବର୍ତ୍ତନର କମ୍ପନ!

ଜାନୁଆରୀ ୧୭ରୁ ୨୧ ପର୍ଯ୍ୟନ୍ତ ନୋମିନେସନ ଦାଖଲ

(ଦ କୁଇଭର): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ । ୫ଟି ପର୍ଯ୍ୟାୟରେ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ଜାନୁଆରୀ ୧୩ରେ ପଞ୍ଚାୟତ ନିର୍ବାଚନ ନେଇ ଜାରି ହେବ ବିଜ୍ଞପ୍ତି । ଏନେଇ ଘୋଷଣା କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ।

ଏହାସହ ସେ କହିଛନ୍ତି ୧୭ରୁ ୨୧ ପର୍ଯ୍ୟନ୍ତ ସମସ୍ତ ପ୍ରାର୍ଥମାନେ ପ୍ରାର୍ଥୀପତ୍ର ଦାଖଲ କରାଯାଇପାରିବ । ଏହାସହ ଜାନୁଆରୀ ୨୨ରେ ପ୍ରାର୍ଥୀପତ୍ର ଗୁଡ଼ିକର ଯାଞ୍ଚ କରାଯିବ । ଜାନୁଆରୀ ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇପାରିବ । ୨୫ ତାରିଖରେ ପ୍ରକାଶ ପାଇବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ।

Exit mobile version