ପରଲୋକରେ ପଦ୍ମଶ୍ରୀ ଶାନ୍ତିଦେବୀ: ଭୂଦାନ ଆନ୍ଦୋଳନ ପାଇଁ ଥିଲେ ବେଶ୍ ପରିଚିତ

(ଦ କୁଇଭର): ପରଲୋକରେ ପଦ୍ମଶ୍ରୀ ଶାନ୍ତିଦେବୀ । ଭୂଦାନ ଆନ୍ଦୋଳନ ପାଇଁ ଘରେ ଘରେ ବେଶ୍ ପରିଚିତ ଥିଲେ ଶାନ୍ତି ଦେବୀ । ଗତକାଲି ବିଳମ୍ବିତ ରାତିରେ ହଠାତ୍ ଛାତିରେ ଯନ୍ତ୍ରଣା ହେବାରୁ ଚେତାଶୂନ୍ୟ ହୋଇପଡ଼ିଥିଲେ । ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ରାୟଗଡ଼ା ଜିଲ୍ଲା ଗୁଣୁପୁର ସ୍ଥିତ ବାସଭବନରେ ଗତକାଲି ବିଳମ୍ବିତ ରାତିରେ ଶାନ୍ତିଦେବୀଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା ।

ଆଦିବାସୀ ଅଞ୍ଚଳରେ ହଷ୍ଟେଲ ପ୍ରତିଷ୍ଠା କରି ସେବା ଯୋଗାଇ ଆସୁଥିଲେ ଶାନ୍ତିଦେବୀ । ସେ ପଦ୍ମଶ୍ରୀ ସହ ଜମୁନାଲାଲ ବଜାଜ୍ ପୁରସ୍କାର ମଧ୍ୟ ପାଇଥିଲେ । ଶାନ୍ତିଦେବୀ ମାତ୍ର ୧୭ ବର୍ଷ ବୟସରୁ ଆଚାର୍ଯ୍ୟ ବିନୋବା ଭାବେ ଙ୍କ ପ୍ରେରଣାରେ ସମାଜସେବା ଓ ଭୂଦାନ ଆନ୍ଦୋଳନରେ ଯୋଗ ଦେଇଥିଲେ । ୧୯୪୧ ମସିହାରେ ସେ ଗୁଣୁପୁର ଅଞ୍ଚଳକୁ ଆସି ସମାଜସେବା ଓ ଭୂଦାନ ଆନ୍ଦୋଳନ ଜାରି ରଖିଥିଲେ । ତାଙ୍କର ନିସ୍ୱାର୍ଥପର ସେବା ପାଇଁ ଗତ ୨୦୨୧ ନଭେମ୍ବର ୯ ତାରିଖ ଦିନ ଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଠାରୁ ପଦ୍ମଶ୍ରୀ ସମ୍ମାନ ଗ୍ରହଣ କରିଥିଲେ ।

Leave a Reply

Your email address will not be published. Required fields are marked *