Site icon ଦ କୁଇଭର୍ – ପରିବର୍ତ୍ତନର କମ୍ପନ!

ଫେବୃଆରୀ ୩ରୁ ପୁଣି ବର୍ଷିବ

(ଦ କୁଇଭର): ଫେବୃଆରୀ ୩ରୁ ପୁଣି ବର୍ଷିବ । ଆସନ୍ତା ୩ ତାରିଖରୁ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ଅନେକ ସ୍ଥାନରେ କୂଆପଥର ବର୍ଷା ହେବା ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ଆଗମନର ଆଶଙ୍କା ଓ ବଙ୍ଗୋପସାଗର ଅଞ୍ଚଳରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପ ପ୍ରଭାବରେ ଫେବୃଆରୀ ୩ ତାରିଖରୁ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୪ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ଅନୁମାନ କରାଯାଉଛି। ଏହାଛଡ଼ା ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ଆକଳନ କରାଯାଇଛି। ଏ ସମ୍ପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ ଅନୁସାରେ ଫେବୃଆରୀ ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଉତ୍ତର ଓଡ଼ିଶାର ଅବଶିଷ୍ଟ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର ସୋନପୁର, ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ଅନୁମାନ କରାଯାଇଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Exit mobile version