Site icon ଦ କୁଇଭର୍ – ପରିବର୍ତ୍ତନର କମ୍ପନ!

ମହାପ୍ରଭୂଙ୍କ ବନକ ଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

(ଦ କୁଇଭର): ମହାପ୍ରଭୂଙ୍କ ବନକ ଲାଗି ନୀତି । ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଛି । ଏହା ଏକ ଗୁପ୍ତ ସେବା ଏବଂ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ।

କରୋନାର ସଂକ୍ରମଣ ପାଇଁ ଜାନୁଆରୀ ୧୦ରୁ ବନ୍ଦ ରହିଥିଲା ଶ୍ରୀମନ୍ଦିର। କରୋନା ଗ୍ରାଫ୍ ତଳମୁହାଁ ହେବା ପରେ ପ୍ରାୟ ୩ ସପ୍ତାହ ପରେ ଗତ ୧ ତାରିଖରୁ ସମସ୍ତ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର। କରୋନା କଟକଣା ଭିତରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ ହୋଇଛି। ସକାଳ ୬ଟାରୁ ଦର୍ଶନ ଆରମ୍ଭ ହୋଇଥିବା ବେଳେ ରାତି ୯ଟା ପର୍ୟ୍ୟନ୍ତ ମହାପଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ହେଲେ ଆଜି ମହାପ୍ରଭୁଙ୍କ ସ୍ୱତନ୍ତ୍ର ବନକ ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।

Exit mobile version