Site icon ଦ କୁଇଭର୍ – ପରିବର୍ତ୍ତନର କମ୍ପନ!

ଭୁବନେଶ୍ୱରେ ପହଁଞ୍ଚିଲେ ରାଷ୍ଟ୍ରପତି

(ଦ କୁଇଭର): ଓଡିଶାରେ ରାଷ୍ଟ୍ରପତି , ଆଜି ଅପରାହ୍ନ ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା ପରେ ଏବେ ପୁରୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ପୁରୀରେ ହେଲିପ୍ୟାଡରେ ଅବତରଣ କରି ଜଗା ଦର୍ଶନ କରିବେ ରାଷ୍ଟ୍ରପତି । ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟ ଶାସନ ସଚିବ ପୁଲିସ ମହାନିର୍ଦେଶକ ଓ ବରିଷ୍ଠ ଅଧିକାରୀ ବିମାନ ବନ୍ଦରରେ ଉପସ୍ଥିତ ରହିଥିଲେ ।

ଅପରାହ୍ନରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ସେଠାରୁ ୫ଟା ୪୫ରେ ବାହାରିବେ । ଏଥିପାଇଁ ଆଜି ଅପରାହ୍ନ ୪ଟାରୁ ୬ଟା ଯାଏଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ଦର୍ଶନ ସାରି ରାଷ୍ଟ୍ରପତି ରାଜଭବନରେ ରାତ୍ରିଯାପନ କରିବା ପାଇଁ ବ୍ୟବସ୍ଥା ହୋଇଛି ।

Exit mobile version