୨୪ ଓ ୨୫ରେ ପ୍ରଳବ ବର୍ଷିବ !

(ଦ କୁଇଭର): ପୁଣି ବର୍ଷିବ । ପଶ୍ଚିମା ଝଡ଼ର ପ୍ରଭାବରେ ୨୪ ତାରିଖରୁ ରାଜ୍ୟରେ ପୁଣି ଥରେ ବର୍ଷା ହେବ ବୋଲି ସମ୍ଭାବନା କରାଯାଉଛି । ୨୪ ଓ ୨୫ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ୨୫ ତାରିଖରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଆଜିଠାରୁ ତାତି ମଧ୍ୟ ବଢ଼ିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍.ଆର୍. ବିଶ୍ୱାସଙ୍କ କହିବାନୁଯାୟୀ, ୨୪ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଠିକ୍ ସେମିତି ୨୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ କିଛି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡ଼ିଶାରେ ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

୨୫ ତାରିଖରେ ବିଜୁଳି ଓ ଘଡ଼ଘଡି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେଣୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *