ମାର୍ଚ୍ଚ ୨୪ ପୌର ଭୋଟ୍

(ଦ କୁଇଭର): ମାର୍ଚ୍ଚ ୨୪ରେ ହେବ ପୌର ନିର୍ବାଚନ ଭୋଟ । ରାଜ୍ୟର ୧୦୬ ପୌରସଂସ୍ଥା ଓ ୩ଟି ମହାନଗର ନିଗମ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଏନେଇ ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ଏହି ଘୋଷଣା ଜାରି କରାଯାଇଛି । ୨୬ ତାରିଖରେ ଭୋଟ ଗଣତି ହେବ। ଏଥିଲାଗି ଆଜିଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହେଲା ବୋଲି ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢ଼ୀ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ।

ଆସନ୍ତା ଫେବୃୟାରୀ ୨୮ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ମାର୍ଚ୍ଚ ୨ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ମନୋନୟନ ପତ୍ର ଦାଖଲ କରିପାରିବେ। ଠିକ୍ ସେହିପରି ମାର୍ଚ୍ଚ ୯ ତାରିଖରେ ନାମାଙ୍କନପତ୍ର ଯାଞ୍ଚ, ୧୪ ସୁଦ୍ଧା ପ୍ରତ୍ୟାହାର କରାଯାଇପାରିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିସନ। ତେବେ ପୁରୀ ମ୍ୟୁନିସପାଲଟିରେ ନିର୍ବାଚନ ହେବନି ବୋଲି ସୂଚନା ରହିଛି । ଏହା ସହ ନିର୍ବାଚନ କମିଶନର କହିଛନ୍ତି ଯେ, ‘ପ୍ରଥମ ଥର ପାଇଁ ପୌର ନିର୍ବାଚନରେ ନୋଟା ବିକଳ୍ପ ରହିବ । ମେୟର/ପୌରାଧ୍ୟକ୍ଷ ନିର୍ବାଚନ ଏଥର ସିଧାସଳଖ ହେବ । ଇଭିଏମରେ ହେବ ଭୋଟ ଗଣତି ।

Leave a Reply

Your email address will not be published. Required fields are marked *