ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

(ଦ କୁଇଭର): ଆକ୍ସନ ମୋଡରେ ନବୀନ । ଆଉ ୬ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ସେମାନଙ୍କ ମଧ୍ୟରେ ୩ଜଣ କାର୍ୟ୍ୟ ନିର୍ବାହୀ ଯନ୍ତ୍ରୀ,ପୁଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ରହିଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି । ତେବେ ଦୁର୍ନୀତି କାରଣରୁ ଆଜି ଏହି ୬ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର ।

Leave a Reply

Your email address will not be published. Required fields are marked *