Site icon ଦ କୁଇଭର୍ – ପରିବର୍ତ୍ତନର କମ୍ପନ!

ଏପ୍ରିଲ୍ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର (ଦ କୁଇଭର): ସ୍କୁଲକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଏପ୍ରିଲ୍ ୨ ତାରିଖରୁ ରାଜ୍ୟରେ ସକାଳୁଆ ସ୍କୁଲ୍। ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ଘୋଷଣା କରିଛନ୍ତି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ସକାଳ ୬ଟା ୩୦ରୁ ୧୦ଟା ପର୍ୟ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ପାଠପଢ଼ା ହେବ। ସେହିପରି ସକାଳ ୭ଟାରୁ ୧୧ଟା ପର୍ୟ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ କ୍ଲାସ୍ ହେବ ବୋଲି ମନ୍ତ୍ରୀ ଶ୍ରୀ ଦାଶ ରହିଛି।

Exit mobile version