ଓଡିଶାରେ ମୃଦୁ ଭୂକମ୍ପ: ତିବ୍ରତା ୩.୫

ଭୁବନେଶ୍ୱର (ଦ କୁଇଭର): ରାଜ୍ୟର ୪ ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଆଜି ସକାଳ ୧୧ଟା ୧୯ରେ ଅଳ୍ପ ସମୟ ପାଇଁ ଗଞ୍ଜାମ, ନୟାଗଡ଼, ଫୁଲବାଣୀ ଓ ବୌଦ୍ଧ ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିଲା ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ଏହାର ତିବ୍ରତା ୩.୫ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ନୟାଗଡ ଓ ଗଞ୍ଜାମ ଜିଲାର ମଧ୍ୟବର୍ତ୍ତୀ ଅଞ୍ଚଳ ବୋଲି ଜଣାପଡିଛି। ଏଥିରେ କୌଣସି ଧନଜୀବନ ହାନୀ ହୋଇଥିବା ନେଇ ଏଯାଏଁ ସୂଚନା ମିଳିନାହିଁ ।

Leave a Reply

Your email address will not be published. Required fields are marked *