ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର (ଦ କୁଇଭର): ଆସନ୍ତାକାଲି ଅପରାହ୍ନ ସାଢେ଼ ୫ଟାରେ
ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ ହେବାକୁ ଥିବା ଏହି କ୍ୟାବିନେଟ ବୈଠକରେ ପ୍ରାୟ ୧୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ତାରାତାରିଣୀ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ସାମିଲ ହୋଇ ଫେରିବା ପରେ ଅପରାହ୍ନରେ ଏହି ବୈଠକ ବସିବ।

ଅଧିକାଂଶ କ୍ୟାବିନେଟ୍ ମନ୍ତ୍ରୀ ଭୁବନେଶ୍ୱର ବାହାରେ ଥିବାରୁ ସେମାନଙ୍କୁ ଭର୍ଚୁଆଲରେ ସାମିଲ ହେବାକୁ କୁହାଯାଇଛି । ତେବେ ଆସନ୍ତାକାଲି କ୍ୟାବିନେଟ ବୈଠକର କଣ ଏଜେଣ୍ଡା ରହିବ ତାହାର ସୂଚନା ଏ ପର୍ଯ୍ୟନ୍ତ ମିଳିପାରି ନାହିଁ ।

Leave a Reply

Your email address will not be published. Required fields are marked *