ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ

(ଦ କୁଇଭର ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଭାରତୀୟ ନିର୍ବାଚନ ଆୟୋଗ ଦେଶର ୧୬ତମ ରାଷ୍ଟ୍ରପତି ନିର୍ବାଚନର ଘୋଷଣା କରିଛନ୍ତି । ଜୁଲାଇ ୧୮ରେ ହେବ ରାଷ୍ଟ୍ରପତି ନିର୍ବାଚନ । ତେବେ ଏଥିପାଇଁ ଜୁନ୍ ୧୫ରେ ବିଜ୍ଞପ୍ତି ପ୍ରକାଶ ପାଇବ । ଜୁନ୍ ୨୯ ପର୍ୟ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରାଯାଇ ପାରିବ ।

ଜୁନ୍ ୩୦ରେ ନାମାଙ୍କନ ଯାଞ୍ଚ ହେବା ସହ ଜୁଲାଇ ୨ ପର୍ୟ୍ୟନ୍ତ ପ୍ରତ୍ୟାହାର କରାଯିବ । ତେବେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁଲାଇ ୨୧ରେ ହେବ ଭୋଟ ଗଣତି । ଜୁଲାଇ ୨୪ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ ହେବ ଓ ଜୁଲାଇ ୨୫ରେ ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ ବୋଲି ମୁଖ୍ୟ ନର୍ବାଚନ କମିଶନ କହିଛନ୍ତି।

Leave a Reply

Your email address will not be published. Required fields are marked *