ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ୱର(ଦ କୁଇଭର): ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷାମନ୍ତ୍ର ସମୀର ରଞ୍ଜନ ଦାଶ । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଅଫଲାଇନ୍‌ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ । ମାଟ୍ରିକ୍‌ ପରୀକ୍ଷା ଏପ୍ରିଲ ୨୯ରୁ ମେ’ ୭ ତାରିଖ ଯାଏ ଚାଲିଥିଲା । ତେବେ ବହୁସଂଖ୍ୟାରେ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ରହିବା ନେଇ ବିବାଦ ଦେଖାଦେଇଥିଲା । ଏହାର ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛି ଗଣଶିକ୍ଷା ବିଭାଗ ।

Leave a Reply

Your email address will not be published. Required fields are marked *