ଉଷା ପାଢୀଙ୍କୁ ନୂଆ ଦାୟିତ୍ୱ

FILE PHOTO

(ଦ କୁଇଭର): ଆଇଏଏସ ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର । କେନ୍ଦ୍ରରୁ ଫେରିବା ପରେ ଉଷା ପାଢୀଙ୍କୁ ମିଳିଲା ନୂଆ ନିଯୁକ୍ତି । ସେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ୟ୍ୟ ତୁଲାଇବେ । ଏହା ସହିତ ଆଇଏଏସ୍ ହେମନ୍ତ ଶର୍ମା ଓ ବିଷ୍ଣୁପଦ ସେଠୀଙ୍କୁ ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ଦିଆଯାଇଛି ।

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୬ ବ୍ୟାଚ୍ ଆଇଏଏସ୍ ଉଷା ପାଢ଼ୀ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁକ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ସେ ଅତିରିକ୍ତ ଭାବେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ । ସେହିପରି ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବରୁ ଅବ୍ୟାହତି ଦିଆଯାଇଛି । ତେବେ ଇପିକଲ୍ ଓ ଇଡକୋ ଅଧ୍ୟକ୍ଷ ଭାବେ ସେ ଅତିରିକ୍ତ ଦାୟିତ୍ୱ ଜାରି ରଖିବେ ।
ସେହିପରି ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କଠୁ ବାଣିଜ୍ୟ ଓ ପରିବହନ ବିଭାଗ କାଢ଼ି ନିଆଯାଇଛି । ଶ୍ରୀମତୀ ପାଢ଼ୀଙ୍କୁ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି ।

ସୂଚନାଯୋଗ୍ୟ, ଶ୍ରୀମତୀ ପାଢ଼ୀଙ୍କ ଆଇଏଏସ୍ ସ୍ୱାମୀ ଅରବିନ୍ଦ ପାଢ଼ୀ ଏବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଭାବେ କାର୍ୟ୍ୟ କରୁଛନ୍ତି । ଶ୍ରୀ ପାଢ଼ୀ ଗତ ଅଗଷ୍ଟ ମାସରେ ଓଡ଼ିଶା ଫେରିଥିଲେ । ଉଭୟ ପତି-ପତ୍ନୀ ୨୦୧୫ ମସିହାରେ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ ।

THE Quiver News in Facebook
Chasicare Biofloc in Odisha

Leave a Reply

Your email address will not be published. Required fields are marked *