ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

(ଦ କୁଇଭର): ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର । ନିକଟରେ ତ୍ରିନାଥ ମିଶ୍ରଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଂଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ରେଡ କରାଯାଇଥିଲା ।

ରେଡରୁ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ ହୋଇଥିଲା । ଏହି ତଲାସୀରୁ ତାଙ୍କର ବିପୁଳ ପରିମାଣରେ ସମ୍ପତ୍ତି ଥିବାର ଜଣାଯାଇଥିଲା । ତାଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା।

Leave a Reply

Your email address will not be published. Required fields are marked *