ଖସୁଛି ପାରଦ ବଢୁଛି ଶୀତ: ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(ଦ କୁଇଭର): ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା । ପ୍ରବଳ ଥଣ୍ଡାରେ ଜନଜୀବନ ଅସ୍ତବ୍ୟସ୍ତ । ପ୍ରବଳ ଥଣ୍ଡା ସାଙ୍ଗକୁ କୋହଲା ପବନ ସାରା ରାଜ୍ୟରେ ଜାରି ରହିଛି । ଫଳରେ ଘରୁ ବାହାରିବା ମୁସ୍କିଲ୍ । ଆଗାମୀ ୨ରୁ ୩ ଦିନ ଯାଏଁ ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିବ । ଗତକାଲି ଦାରିଙ୍ଗବାଡ଼ିକୁ ସର୍ବାଧିକ ଥଣ୍ଡା ସହର ଭାବେ ରେକର୍ଡ଼ କରାଯାଇଛି । ଏଠାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୩.୫ ଡିଗ୍ରୀ ରେକର୍ଡ କରାଯାଇଛି । ଏହାସହିତ ଅନ୍ୟ ୧୯ଟି ସ୍ଥାନରେ ୧୦ ଡିଗ୍ରୀରୁ କମ୍ ତାପମାତ୍ରା ରେକର୍ଡ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ୨୪ ଘଂଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । କଳାହାଣ୍ଡି, ସୁବର୍ଣ୍ଣପୁର, ବଲାଙ୍ଗିର, ଝରସୁଗୁଡ଼ା, ମୟୁରଭଞ୍ଜ, ସୁନ୍ଦରଗଡ଼ ଓ ବୈଦ୍ଧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି ।

ସେହିପରି ଭାବେ ଶୀତର ଲହରୀକୁ ଦୃଷ୍ଟିରେ ରଖି ଅନ୍ୟ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହିତ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୫ରୁ ୫ ଡିଗ୍ରୀ ସେଲସିୟସ ରହିବ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *