ସାରା ରାଜ୍ୟକୁ ଛୁଇଁଲା ମୌସୁମୀ

(ଦ କୁଇଭର ବ୍ୟୁରୋ): ସାରା ରାଜ୍ୟକୁ ଛୁଇଁଲା ମୌସୁମୀ ବାୟୁ । ଆଜି ସାରା ରାଜ୍ୟକୁ ଅଗ୍ରସର ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଚଳିତ ବର୍ଷ ଜୁନ୍ ୧୬ ତାରିଖରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁ ଥିଲା।

ମୌସୁମୀ ଚଳନ ଯୋଗୁଁ ରାଜ୍ୟରେ ୫ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଥିଲା । ଉପକୂଳ ଓଡ଼ିଶା ଯଥା, ବାଲେଶ୍ୱର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, ଗଜପତି, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହେବ। ସେହିପରି ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗୀରର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ।

ସେହିପରି ୨୧ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବଲାଙ୍ଗିର, ସୋନପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୨ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ଅନୁଗୁଳ, ବଲାଙ୍ଗିର, ସୋନପୁର ଓ କଳାହାଣ୍ଡି ଜିଲ୍ଳାରେ ବର୍ଷା ସମ୍ଭାବନା ରହିଛି । ୨୩ ତାରିଖ ଦିନ ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *